ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ,୨୧ /୮: ପରଲୋକରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ କଲ୍ୟାଣ ସିଂହ। ଦୁଇ ଥର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ କଲ୍ୟାଣ ସିଂହ। ଜୁଲାଇ ୪ରୁ ଲକ୍ଷ୍ମୌର ଏସଜିପିଜିଆଇ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ୮୯ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନର ରାଜ୍ୟପାଳ ମଧ୍ୟ ଥିଲେ କଲ୍ୟାଣ ସିଂହ । ଆଜି ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା କଲ୍ୟାଣ ସିଂହଙ୍କ ଆଜି ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିଲେ। ତାଙ୍କୁ ସଞ୍ଜୟ ଗାନ୍ଧି ପୋଷ୍ଟ ଗ୍ରାଜୁଏଟ୍‌ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଥିଲା। ଆଜି ୮୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଏକାଧିକ ଅଙ୍ଗପ୍ରେତ୍ୟଙ୍ଗ ଅକାମି ହେବା ଯୋଗୁ ତାଙ୍କର ପରଲୋକ ଘଟିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।

ବିଜେପିର ବରିଷ୍ଠ ନେତା କଲ୍ୟାଣ ସିଂହ ଜୁଲାଇ ୪ ତାରିଖରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଏହି କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେବେଠାରୁ ସେ ହସ୍ପିଟାଲରେ ରହିଥିଲେ। ସେ ଉତ୍ତର ପ୍ରଦେଶର ଦୁଇଥର ମୁଖ୍ୟମନ୍ତ୍ରୀ ହେବା ସହ ରାଜସ୍ଥାନ ଓ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

କଲ୍ୟାଣ ସିଂହ ୧୯୯୧ ମସିହାରେ ପ୍ରଥମଥର ପାଇଁ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ତାଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ୧୯୯୨ ମସିହାରେ ବାବ୍ରୀ ମସଜିଦକୁ ଭଙ୍ଗା ଯାଇଥିଲା। ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗତମାସରେ ତାଙ୍କୁ ଦେଖିବା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରମୁଖ ଦେଖିବାକୁ ଯାଇଥିଲେ।