ନୂଆଦିଲ୍ଲୀ,୨୬ /୮: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୬,୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦୭ରେ ପହଂଚିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୫ ଲକ୍ଷ ୫୮ହଜାର ୫୩୦ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୬ ହଜାର ୩୬୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୭ ଲକ୍ଷ ୮୮ହଜାର ୪୪୦ରେ ପହଁଚିଛି। ଏବେ ଦେଶରେ ୩୩୩୭୨୫ଟି ସକ୍ରିୟ ମାମଲା ରହିଛି ।