ଗଣପର୍ବ ନୂଆଁଖାଇର ଲଗ୍ନ ଧାର୍ଯ୍ୟ, ସେପ୍ଟେମ୍ବର ୧୧ରେ ମା’ ସମଲେଇଙ୍କଠାରେ ହେବ ନବାନ୍ନ ଲାଗି

ସମ୍ବଲପୁର, ୩୧/୮: ଆଜି ନୂଆଁଖାଇର ଲଗ୍ନ ନିର୍ଦ୍ଧାରଣ ହୋଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ଵାରା ଲଗ୍ନ ନିର୍ଦ୍ଧାରଣ ହୋଇଛି । ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କଠାରେ ନବାନ୍ନ ଲାଗି ହେବ।

ନିର୍ଦ୍ଧାରଣ ହେଲା ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇର ଲଗ୍ନ । ଆସନ୍ତା ସେପ୍ଟେମ୍ବର ୧୧ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଂଚମୀ ତିଥିରେ ସକାଳରୁ ତୁଳା ଲଗ୍ନରେ ସକାଳ ୧୦ଟା୧୫ରୁ ୧୦ଟା୨୫ ମଧ୍ୟରେ ଶୁଭ ଲଗ୍ନ ଭିତରେ ଲଗ୍ନ ନିର୍ଦ୍ଧାରଣ ହୋଇଛି । ଏହି ସମୟ ଭିତରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମାଁ ସମଲେଶ୍ଵରୀଙ୍କଠାରେ ନବାନ୍ନ ଲାଗି କରାଯିବ । ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ । ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ବ୍ରହ୍ମ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଦ୍ଧାରଣ କରିଛନ୍ତି । ପ୍ରଥମେ ବିଦ୍ବାନ, ପଣ୍ଡିତ ପହଂଚିଲା ପରେ ବିଷ୍ଣୁ ସହସ୍ର ନାମ ପାଠ କରିଛନ୍ତି । ଏହା ପରେ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଗଣନା କରି ଏହି ଲଗ୍ନ ନିର୍ଦ୍ଧାରଣ ହୋଇଛି ।

ବ୍ରହ୍ମ ପଣ୍ଡିତ ମହାସଭାରେ ପାଂଜି ଦେଖିବା ପରେ ଲଗ୍ନ ନିର୍ଦ୍ଧାରଣ ହୋଇଛି । ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ସଦସ୍ଯ ଓ ମନ୍ଦିର ପୂଜକ ଯାଇ ମାଁ ସମଲେଶ୍ବରୀଙ୍କଠାରେ ଲଗ୍ନପତ୍ର ପ୍ରଦାନ କରିବେ । ଲଗ୍ନ ଅନୁସାରେ ପ୍ରଥମେ ମାଁ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗିହେବା ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ ।