କଟକ,୨୫/୧୧: କଟକ ବାରଙ୍ଗ ଥାନା ଅନ୍ତର୍ଗତ ଗୋଡ଼ିସାହି ନେତଲ ଛକରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶ୍ରୀଶ୍ରୀ ୟୁନିଭରସିଟିର ଜଣେ କର୍ମଚାରୀ ସୁନିଲ ସାହୁ ବୋଲି ଜଣାପଡ଼ିଛି । ରବିବାର ସକାଳେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ସୁନୀଲଙ୍କୁ ୩ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ। ସୁନିଲଙ୍କ ଛାତି, ପେଟ ଓ ଗୋଡ଼ରେ ଗୁଳି ବାଜିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗୁଳିମାଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।