ନୂଆଦିଲ୍ଲୀ,୭/୧୦: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨,୪୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨,୪୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୯୪ ହଜାର ୩୧୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୯ ହଜାର ୮୫୬ରେ ପହଞ୍ଚିଛି ।