ଆଜିର ରାଶିଫଳ (ଶନିବାର)

ତା : ୨୪ /୧୦ /୨୦୨୧

ମେଷ: ପରଚର୍ଚ୍ଚାରୁ ବିରତ ନ ହେଲେ ସମ୍ମାନ ହାନିର ଆଶଙ୍କା ରହିଛି। ଅଧ୍ୟୟନରତ ହୋଇପାରନ୍ତି। ଅନେକ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ପରିଶ୍ରମ ଯେତେ ଅଧିକ ହେଉ ପଛେ ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଧନଲାଭର ସୂଚନା ମିଳୁଛି। ଧନାଗମର ସୁଯୋଗ ଅଛି। ବିନୀତ ସ୍ୱଭାବର ହେବେ। ଗୁଣବାନ୍ ଓ ବହୁ ବିଦ୍ୟା ପାରଙ୍ଗମ ହେବେ।

ମିଥୁନ: ସମ୍ମାନିତ ହେବେ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ଭଗବତ ପ୍ରେମୀ ହେବେ। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍ ହେବେ।

କର୍କଟ: ଧୈର୍ଯ୍ୟ ରଖି ପାରିଲେ କାର୍ଯ୍ୟରେ ସଫଳ ହେବେ। ନୀତିନିଷ୍ଠ ହୋଇପାରନ୍ତି। ନିର୍ଲୋଭୀ ହେବେ। ତ୍ୟାଗଶୀଳ ହୋଇପାରନ୍ତି। ବିବିଧ ଧନଯୁକ୍ତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭାଗ୍ୟଶାଳୀ ହୋଇପାରନ୍ତି।

ସିଂହ: ଆୟ ଉତ୍ତମ ଧରଣର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି। ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶରୀର ସୁସ୍ଥ ରହିବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

କନ୍ୟା: ପରୋପକାରରେ ବ୍ୟୟ କରିପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି। ଧନଭୋଗ ସହିତ ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ତେଜୀୟାନ୍ ହୋଇ କାର୍ଯ୍ୟ କରିବେ। ମାତ୍ର ମନରେ ଉଦ୍ବେଗ ଜାତ ହୋଇପାରେ।

ତୁଳା: ସୁଖ ସନ୍ତୋଷ ଲାଭ କରିପାରନ୍ତି। ଶୁଭ ସମାଚାର ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ଅର୍ଥ ପ୍ରାପ୍ତ ହେବେ।

ବିଛା: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ସୁ ସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ବିବାଦରେ ବିଜୟୀ ହେବେ।

ଧନୁ: ପରୋପକାରୀ ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ପାଇ ତା’ର ସଦ୍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ବହୁ ଧନର ଅଧିକାରୀ ହୋଇପାରନ୍ତି।

ମକର: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୁଦ୍ଧି ପାଇବ। କୌଣସି କାରଣରୁ ବିବ୍ରତ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ବିଶୁଦ୍ଧ ଭାଷୀ ହେବେ। ଧନାଗମ ହୋଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କୁମ୍ଭ: ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ରୁଚିକର ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।

ମୀନ: ଆଶାବାଦୀ ହୋଇପାରନ୍ତି। ଶତ୍ରୁତାର ଅବସାନ ଘଟାଇ ମାନସିକ ଶାନ୍ତି ଫେରି ପାଇବେ। ସୁ ସମ୍ବାଦ ଶୁଣି ଖୁସି ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇ ମାର୍ଗ ଉନ୍ମୁକ୍ତ ରହିଛି। ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ।

Comments are closed.