ନୂଆଦିଲ୍ଲୀ,୮/୧: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧,୪୧,୯୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୮୫ ଛୁଇଁଛି ।
ଏବେସୁଦ୍ଧା ଦେଶରେ ୩୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୪୭୨୧୬୯ ସକ୍ରିୟ ମାମଲା ରହିଛି ଏବଂ ୩୪୪୧୨୭୪୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୩୪୬୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।