ଭୁବନେଶ୍ୱର,୨୪/୫: ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସର୍ତକ ସୂଚନା ଜାରି ହୋଇଛି । ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
କାଲି ସକାଳ ଯାଏଁ ୬ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୬ ଜିଲ୍ଲାରେ ୫୦ରୁ ୬୦ ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ରହିଛି ।
୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଅନୁଗୁଳ, କେନ୍ଦୂଝର, ମୟୂରଭଞ୍ଜ, ନୟାଗଡ଼, ଦେବଗଡ଼ ଓ ଗଞ୍ଜାମ ।