୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ବର୍ଷା: ୧୧ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟରେ ବଢ଼ିବ ମୌସୁମୀ ବର୍ଷା । ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୩.୧ରୁ ୫.୮ କିଲୋମିଟର ଉଚ୍ଚତାରେ ସକ୍ରିୟ ରହଛି। ଏହା ଏହାର ପ୍ରଭାବରେ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ ସମେତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।