ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର ୮/୦୪ : ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଶନିବାର କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୧ରେ ମାଲକାନିଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

SBI AD