ବ୍ରହ୍ମପୁର ,୧୪/୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଏକ ସେବାଶ୍ରମରେ ୮ମ ଶ୍ରେଣୀରେ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀ ରବିବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ତାଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଶିଶୁ କନ୍ୟାକୁ ଏସ୍ଏନ୍ସିୟୁରେ ଭର୍ତ୍ତି କରାଯାଇଥିଲା। ରବିବାର ବିଳମ୍ବିତ ରାତିରେ ଶିଶୁ କନ୍ୟାର ମୃତ୍ୟୁ ଘଟିଛି।