କଟକ : ଅନୁଭବଙ୍କ ବିରୋଧରେ ସୁପ୍ରିମକୋର୍ଟ ଯିବେ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାକୁ ଓଡିଶା ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ । ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତିି । ପଟିଆଲା ହାଉସ କୋର୍ଟରେ ଛାଡପତ୍ର ଆବେଦନ କରିଛନ୍ତି ଅନୁଭବ । ପତ୍ନୀଙ୍କ ଆଚରଣକୁ ନେଇ ଅସନ୍ତୁଷ୍ଟ ଅନୁଭବ ଛାଡପତ୍ର ପାଇଁ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ୪୭ ପୃଷ୍ଠାର ଏକ ପିଟିସନ ଦାଖଲ କରିଛନ୍ତି ।