ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦/୦୭ : ଦୀର୍ଘ ଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଦୀପାବଳି ସୁଦ୍ଧା କରିବାକୁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସଙ୍ଗରେ ସକାରାତ୍ମକ ସହମତି ହୋଇଥିବା ସେ କହିଛନ୍ତି। ଆସନ୍ତା ତିନି ମାସ ମଧ୍ୟରେ ମହାନଦୀ ଜଳ ବଣ୍ଟନ ଓ ପରିଚାଳନାକୁ ନେଇ ରହିଥିବା ବିବାଦର ଏକ ଗ୍ରହଣଯୋଗ୍ୟ ଏବଂ ସ୍ଥାୟୀ ସମାଧାନ ବାହାର କରିବା ପାଇଁ ଉଭୟ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବେ। ଏଥିପାଇଁ ଆଲୋଚନାର ପ୍ରକ୍ରିୟାକୁ ଆଗକୁ ବଢ଼ାଇବା ସହ ସମନ୍ୱିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଆଲୋଚନା ସମୟରେ ଓଡ଼ିଶାର ଜଳ ଅଧିକାର ଏବଂ ମହାନଦୀ ଉପରେ ନିର୍ଭରଶୀଳ ଚାଷୀଙ୍କ ସ୍ୱାର୍ଥକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ଉଭୟ ରାଜ୍ୟ ପରସ୍ପର ସହଯୋଗ, ବୁଝାମଣା ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ମନୋଭାବ ସହ ବିବାଦର ସମାଧାନ ଦିଗରେ ଆଗେଇବାକୁ ସହମତ ହୋଇଛନ୍ତି।

SBI AD