ମେଷ : ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବହୁତ ଭଲ ରହିବ । ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । କିନ୍ତୁ ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ବୃଷ : ନିଜ ସନ୍ତାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ମିଥୁନ : ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
କର୍କଟ : ଯେ କୌଣସି ପରିସ୍ଥିତି ହେଉନା କାହିଁକି, ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟକୁ ଆଶା କରୁôଥିବା ଶୂଭ ଖବର ଶୁଣି ଖୁସି ହେବେ । ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ ।ଶୁଭ ରଙ୍ଗମେରୁନ୍ । ଶୁଭ ଅଙ୍କ ୨ ।
ସିଂହ : କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି । ଅସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ପରିବହନରେ ହଠାତ୍ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
କନ୍ୟା : ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାର ଆଶଙ୍କା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ତୁଳା : ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରନ୍ତୁ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି । ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗମେରୁନ୍ । ଶୁଭ ୭ ।
ବିଛା : ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଧନୁ : ସାଧାରଣ କଥାକୁ କେନ୍ଦ୍ର କରି ପାରିବାରିକ କ୍ଷେତ୍ରରେ ଅସ୍ଥିରତାର ସମ୍ଭାବନା ରହିଛି । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆଶା କରିଥିବା ଖବର ପାଇ ସାମୟିକ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ମକର : ଆଜି ମାନସିକ ସ୍ଥିରତା କେତେମାତ୍ରାରେ କ୍ଷୁଣ୍ଣ ହୋଇପାରେ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
କୁମ୍ଭ : ସ୍ୱାସ୍ଥ୍ୟ ସମସ୍ୟା ପୂର୍ଣ୍ଣମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ । ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ । ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ମୀନ : ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।