ମେଷ : ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ସମ୍ମୁଖୀରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହା ହିଁ ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ବୃଷ : ଆଜିର କାମରେ ପଡୋଶୀ ସହ-ଯୋଗର ହାତ ବଢାଇବେ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ । ଅପରାହ୍ନରେ ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ମିଥୁନ : ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ନ ରଖିଲେ ତିକ୍ତତା ସୃଷ୍ଟି ହୋଇପାରେ । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ ଓ କାମଟି ମଧ୍ୟ କରିବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖରେ କଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
କର୍କଟ : ଭାଇ, ବନ୍ଧୁ ଓ କୁଟୁମ୍ବଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ମଧ୍ୟାହ୍ନରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ମାଲିମିକଦ୍ଦମାରେ ଜୟ ଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ ।ଶୁଭ ରଙ୍ଗନୀଳ । ଶୁଭ ଅଙ୍କ ୩ ।
ସିଂହ : ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ । ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌନସି ନୂତନ କାମ କରିପାରନ୍ତି । ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
କନ୍ୟା : ଆଜି ଦିନଟିରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ । ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ତୁଳା : ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ । ଅଫିସ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାର୍ଯ୍ୟ କରିବେ । ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିଯାଇପାରେ । ଅର୍ଥନ ସମ୍ବନ୍ଧିତ କାମରେ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ବିଛା : ଯାହା ଦୀର୍ଘ ଦିନରୁ ହୋଇ ପାରି ନ ଥିଲା ଆଜି ଆକସ୍ମିକ ଭାବରେ ତାହା ହୋଇଯିବ । ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ । ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଧନୁ : କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପରେ ମାତି ରହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ମକର : ଆଜି କୋନସି ବ୍ୟକ୍ତି ଠାରୁ ହଠାତ୍ କିଛି ଖବର ପାଇ ବିଚଳିତ ବୋଧ କରିବେ । ଉପରିସ୍ଥ ଅଧିକାରିମାନେ କାମହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି । ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ପିଙ୍କ୍ । । ଶୁଭ ଅଙ୍କ ୮ ।
କୁମ୍ଭ : ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଅଫିସରେ ସାଧାରନ କଥାରେ ହଠାତ୍ କଳହ ସୃଷ୍ଟି ହୋଇପାରେ । କଳହ, ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ର କରି ପାଟିତୁଣ୍ଡ ଲାଗି ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ମୀନ : କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ । ପରିସ୍ଥିତିବଶତଃ ଧାର,କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ଞ୍ଜ ।