ଆଜିର ରାଶିଫଳ (ମଙ୍ଗଳବାର)

ତା : ୫ / ୪ /୨୦୨୨

ମେଷ : ଆଜି ଆକସ୍ମିକ ଭାବେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡିପାରେ । କାଳେ କିଛି ଦେବାକୁ ପଡିବ,ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ବୃଷ : କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁମାନଙ୍କ ସାହାର୍ଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବ କରିବେ । ହଠାତ୍ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ମିଥୁନ : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । କୌଣସି ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁ ଦ୍ୱାରକୁ ଗମନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

କର୍କଟ : କର୍ମକ୍ଷେତ୍ରରେ କେତେକ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚନାର ପାତ୍ର ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ସିଂହ : କର୍ମକ୍ଷେତ୍ରରେ ଚାପଗ୍ରସ୍ଥ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢିଯିବ । ସଚେତନତା ଅଭାବରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଅବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

କନ୍ୟା : ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ବ୍ୟବସାୟିକ ସ୍ଥିତି, ହିତାକାଂକ୍ଷୀମାନଙ୍କ ପ୍ରେରଣାରେ ସତ୍ ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ତୁଳା : ପରିବାରରେ ସୁଖ ଶାନ୍ତି ରାଜୁତି କରିବ । କାଳକ୍ଷେପଣ ନୀତି ୍େ‌ାଗୁ କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି । ପରିବାରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ବିଛା : ମାନସିକ ଅସନ୍ତୁଳନ ହେତୁ ବାରମ୍ବାର ମତ ବଦଳାଇବାକୁ ବାଧ୍ୟ ହେବେ । ସଭାସମିତି କିମ୍ବା ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଧନୁ : ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ବିଚାରବିହୀନ ଭାବରେ କର୍ମକ୍ଷେତ୍ରସ୍ଥ ସବୁ କଥା କୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ମକର : ଦୀର୍ଘ ଦିନରୁ ଅଟକି ରହିôତବା କାର୍ଯ୍ୟ ହଠାତ୍ ଆରମ୍ଭ କରିବାକୁ ସ୍ଥିର କରିବେ । ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳି ଯାଇପାରେ । ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

କୁମ୍ଭ : ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ପାରିବାରକ ସମସ୍ୟା ସୁଧାରିବା କ୍ଷେତ୍ରରେ ପାଖ ପଡୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ମୀନ : ଦେଖି ଚାହିଁ କାମ ନ କଲେ ଜଟିଳତା ଭିତରେ ପ୍ରବେଶ କରିପାରନ୍ତି । କଠିନ ଶ୍ରମ, ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ- ନାରଙ୍ଗୀ । ଶୁଭ ଅଙ୍କ ୯ ।