ମେଷ : କାମର ଚାପ ପ୍ରଭାବରୁ ଟେନ୍ସନ୍ କିଛି ମାତ୍ରାରେ ଲାଗି ରହିବ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।
ବୃଷ : କର୍ମକ୍ଷେତ୍ରରେ ନିଜ ଲୋକଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଅନ୍ତଦ୍ୱର୍ନ୍ଦ୍ୱ ସୃଷ୍ଟି ହୋଇ ମାନସିକ ଅଶାନ୍ତିର କାରଣ ହେବ । କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକ ପଡିପାରେ ।
ମିଥୁନ : ସାମାଜିକ ସ୍ତରରେ ଦୀର୍ଘ ଦିନର ଶତ୍ରୁତା ବିବାଦିୟ ପରିସ୍ଥିତି ସୃଷ୍ଟି କରିପାରେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦନର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁଙ୍କ ପରାମର୍ଶ କ୍ରମେ ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି ।
କର୍କଟ : ଆଜି ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସି ରହିବ ।
ସିଂହ : କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି । ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ତଥା ପ୍ରତିଦ୍ୱନ୍ଦିତାରେ ସଫଳତା ହାସଲ କରିବେ ।
କନ୍ୟା : ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ । ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି ।
ତୁଳା : ପାରସ୍ପରିକ ମତଭେଦ କାରଣରୁ ପରିବାରରେ ଅଶାନ୍ତିଜନିତ ଦୁଃଖୀ ହୋଇପାରନ୍ତି । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ । ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ବିଛା : ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି ।
ଆଜି ପ୍ରତିବନ୍ଧକର ସାମ୍ନା କରି କାମ ହାସଲ କରିପାରିବେ । ବହୁତ ଝଡଝଞ୍ଜା ମଧ୍ୟ ଦେଇ ହାତକୁ ନେଇଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ ।
ଧନୁ : ନୂତନ ଗୃହରାମ୍ଭ, ଜମିଜମା କାରବାର ସକାଶେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଆଜି ଆପଣଙ୍କୁ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ ।
ମକର : ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ହାସଲ କରିବେ । କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ କିମ୍ବା ଘରର କଥା ବୁଝିବାକୁ ସମୟ ମଧ୍ୟ ପାଇପାରିବେ ନାହିଁ । ଦୀର୍ଘ ଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ ।
କୁମ୍ଭ : ଶାରୀରିକ ସୁସ୍ଥତା ଓ ଆର୍ଥିକ ଅଭିବୃଦ୍ଧି ମାନସିକ ସୁସ୍ଥତାର କାରଣ ହେବ । ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ଆଜି ଦିନରେ ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସୁଫଳ ପାଇବେ ।
ମୀନ : କର୍ମକ୍ଷେତ୍ରରେ ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଲଘୁକ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି । ପରିବାରରେ ଭୁଲ୍ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିପାରେ ।