ଆଜିର ରାଶିଫଳ (ମଙ୍ଗଳବାର)

ତା : ୨୧ / ୬ /୨୦୨୨

ମେଷ : ଭୁଲ୍ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଦେଖା ଦେଇପାରେ । ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ପିଲାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ ।

ବୃଷ : ସ୍ୱାସ୍ଥ୍ୟହାନୀର ଆଶଙ୍କା ଅଛି । ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣମାନ କରିବା ବଦଳରେ ନିନ୍ଦା ରଟନା କରିବେ । ଚକ୍ଷୁପୀଡା, ଅଗ୍ନିମାନ୍ଦ୍ୟ କିମ୍ବା ସ୍ନାୟୁ ମଣ୍ଡଳୀରେ ଅସୁସ୍ଥତା ଆସିପାରେ । କର୍ମକ୍ଷେତ୍ରରେ ଉଦଯୋଗ ସିଦ୍ଧି କରିପାରିବେ । ଆବଶ୍ୟକତା ଠାରୁ ଅଧିକ ବ୍ୟୟ ହୋଇପାରେ ।

ମିଥୁନ : ଦିନଟି ପ୍ରାୟ ସବୁ ଦିଗରୁ ଶୁଭଫଳ ଦାୟକ ହେବ । ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ । କର୍ମ କୁଶଳତା ବଢିବ । ଅର୍ଥ ବଳ ଅଧିକ ରହିବ । ବନ୍ଧୁ ପରିଜନଙ୍କ ଠାରୁ ଉତ୍ସାହ ମିଳିବ । ପୂର୍ବରୁ ମାନସିକ ଆଳସ୍ୟ, ବିମର୍ଷତା ଅଧିକ ପରିମାଣରେ ଦୁର କରିପାରିବେ ।

କର୍କଟ : ପାରିପାଶ୍ୱିର୍କ ସ୍ଥିତିକୁ ଆଖି ଆଗରେ ରଖି ଭବିଷ୍ୟତ କର୍ମପନ୍ଥା ନିର୍ଦ୍ଧାରଣ କରିବେ । ଅନ୍ୟମାନଙ୍କ ଘରୋଇ କଥାରେ କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ । ଯାନ ବାହାନରେ ବ୍ୟୟ ବରାଦ ଆସିବ । ଦେବାଦେବୀ କାର୍ଯ୍ୟରେ ଆଗ୍ରହ ବଢିବ ।

ସିଂହ : ଦୃଢ ବିଶ୍ୱାସକୁ ପାଥେୟ କରି ଅଗ୍ରଗତି ଅବ୍ୟାହତ ରଖିବେ । ଆଜିର ମାନ୍ଦା ବେପାର, ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି । ଧର୍ମ ଧାରଣା ବଢିବ । ସାମୟିକ ଭାବରେ ଦେହ ଅସୁସ୍ଥ ହୋଇପାରେ । ସନ୍ତାନ ସନ୍ତତିଙ୍କ ପାଇଁ ଦୁଃଶ୍ଚିନ୍ତା ବଢିବ ।

କନ୍ୟା : ଆଜି ଚନ୍ଦ୍ରଙ୍କର ଅଷ୍ଟମ ସ୍ଥିତି ପରିବାର କିମ୍ବା କର୍ମକ୍ଷେତ୍ରରେ ପ୍ରତିକୂଳ ସ୍ଥିତି ଆଣିପାରେ । କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତିରୁ ସହସା ମୁକ୍ତି ମିଳିବ । କର୍ତ୍ତବ୍ୟରେ ଅବହେଳା କରି ପଶ୍ଚାତାପ କରିବେ । ଗୃହ ଭୂମି ସଂପର୍କୀୟ ଋଣ ଭାବର ଅଧିକ ହେବ ।

ତୁଳା : ପ୍ରିୟ ପରିଜନଙ୍କ ଠାରୁ ସହ ଯୋଗ ଓ ସଦ୍ଦିଚ୍ଛା ପାଇବେ । ପୂର୍ବ ବିବାଦକୁ କେନ୍ଦ୍ର କରି ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ପରିବାରର ସ୍ୱାସ୍ଥ୍ୟ ସମସ୍ୟାର ଉନ୍ନତି ଘଟିବ । ମନୋବଳ ଦୃଢ ରହିବ । ଦାନ ଧର୍ମରେ ମନ, ଉଦ ଯୋଗ ସିଦ୍ଧି, ମାନ ସମ୍ମାନ ପ୍ରତିଷ୍ଠା ଓ ସଜ୍ଜନ ସଂପର୍କରେ ଆସିବେ ।

ବିଛା : ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ । ସାହସ ହ୍ରାସ ପାଇବ । ନିଜକୁ ଅଧିକ ସଂକୁଚିତ ମନେ କରିବେ । ଦେହ ଅସୁସ୍ଥ ରହିପାରେ । ପାରିବାରିକ ସହ ଯୋଗ ଓ ଅନୁପ୍ରେରଣା ପାଇବେ । କର୍ମକ୍ଷେତ୍ରରେ ଆସିବାକୁ ଥିବା କେତେକ ସୁଯୋଗ ହାତଛଡା ନ କରିବା ହିତକର ।

ଧନୁ : ଅର୍ଥ ବୃତ୍ତିରେ ଉନ୍ନତି ଯୋଗ ଅଛି । ପାରିବାରିକ ସ୍ଥଗିତ ଓ କର୍ମକ୍ଷେତ୍ରର ସ୍ଥିତି ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବିଶେହ କିଛି ଅସୁବିଧା ହେବ ନାହିଁ । ନିଜର ପରାକ୍ରମ ଓ ଶକ୍ତି ବିନିଯୋଗ କରି ସମ୍ମାନ ଓ ପ୍ରତିଷ୍ଠା ପାଇବେ । ଶୁଭ ଚିନ୍ତକଙ୍କ ସଂଖ୍ୟା ବଢିବ ।

ମକର : ନିଜର ସାମର୍ଥ୍ୟକୁ ଆଖି ଆଗରେ ରଖି କାର୍ଯ୍ୟପନ୍ଥା ଗ୍ରହଣ କରିବା ଉଚିତ ହେବ । ବିଭିନ୍ନ ସମସ୍ୟାରେ ମନ ପୂରାପୂରି ଭାରାକ୍ରାନ୍ତ ରହିବ । ବନ୍ଧୁ ପରିଜନମାନେ ଠିକ୍ ସମୟରେ ଅସହଯୋଗ କରିପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।

କୁମ୍ଭ : କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିପାରିବେ । ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ । କଲ୍ୟାଣ କାର୍ଯ୍ୟ ପ୍ରତି ରୁଚି ରଖିବେ । ମାନ ସମ୍ମାନ ଓ ପ୍ରତିଷ୍ଠା ମିଳିବ । ଆର୍ଥିକ ସମସ୍ୟାର ସମାଧାନ କଷ୍ଟକର ହେବ । ପାରିବାରିକ ସୁଖ ସୌଭାଗ୍ୟ ଅତୁଟ ରହିବ ।

ମୀନ : ଦୃଢ ମନୋବଳ ରକ୍ଷା କରି ଅଗ୍ରଗତି ଅବ୍ୟାହତ ରଖିବେ । କୌଣସି ନୀଚ ଜାତିର ବ୍ୟକ୍ତି ବିଶେଷଙ୍କ ସହାୟତାରୁ ଉପକୃତ ହେବେ । ଭୋଗ ବିଳାସର ସାଧନ ମିଳିବ । ଆଧ୍ୟାତ୍ମିକ ଚିନ୍ତା ଓ ଭାବନାରେ ଉଦବୁଦ୍ଧି ହୋଇପାରନ୍ତି । କ୍ଷମତାସୀନ ବ୍ୟକ୍ତିଙ୍କ ସାନିଧ୍ୟରେ ଆସିବେ ।