ମେଷ : ପାରିବାରିକ ଅଶାନ୍ତି କାରଣରୁ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା ଓ ଗବେଷଣା ଆଦି ଉନ୍ନତ ମାନର ରହିବ । ସଭା ସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ।
ବୃଷ : କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ଆନୁଷ୍ଠାନିକ କାମରେ କଳା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ ।
ମିଥୁନ : ପରିବାରର ସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି ।
କର୍କଟ : ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ନୂତନ ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ସିଂହ : କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଆପଣଙ୍କ ଭୁଲ୍ ନିଷ୍ପତ୍ତି କାମରେ ଦ୍ୱନ୍ଦ୍ୱ, ପରିବାରରେ ଅଶାନ୍ତି ଓ ଅର୍ଥପ୍ରାପ୍ତିରେ ସମସ୍ୟା ସୃଷ୍ଟି କରିବ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ ।
କନ୍ୟା : ପାରିବାରିକ ସଦ୍ଭାବ ଅକ୍ଷୁର୍ଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ । ଇଚ୍ଛା ନ ଥିଲେ ମଧ୍ୟ ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ ।
ତୁଳା : କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଅପ୍ରିୟ ସତ୍ୟ ଭାଷଣରୁ ବିରତ ରହିବା ଭଲ ହେବ । ନିଜର ଅବହେଳାଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।
ବିଛା : ପାରିବାରିକ କଳହ କାରଣରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉଣା ରହିବ । ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ଆହ୍ୱାନ ଆସିପାରେ ।
ଧନୁ : ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି ।
ମକର : କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପରିସ୍ଥିତିକୁ ଦେଖି ସବୁ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ । ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି ।
କୁମ୍ଭ : ଦୈନନ୍ଦିନ ଜୀବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି । ବିଭିନ୍ନ ପ୍ରକାରର ନକାରାତ୍ମକ ଭାବନା ମାନକୁ ବିଷାକ୍ତ କରିବାର ସୁଚନା ରହିଛି । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।
ମୀନ : ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ବହୁ ପୂର୍ବରୁ ଚିନ୍ତା କରିଥିବା ଯୋଜନା ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟ କର ହେବ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ ।