ମେଷ : ଆଜି ଆପଣ ସୁସ୍ଥ ଓ ନିରାମୟ ରହିବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ ।
ବୃଷ : କାର୍ଯ୍ୟ ସହଜ ସୁଲଭ ହେବ । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ଭାବ ରହିବ ।
ମିଥୁନ : ଆଜି ଭାଗ୍ୟଶାଳୀ ହେବେ । ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ମିଥ୍ୟାଳାପ କରିବାକୁ ପଡିପାରେ । କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି ।
କର୍କଟ : ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍ ଧାରଣା ପୋଷଣ କରିବ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ ।
ସିଂହ : ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ଏଜେନ୍ଶିପ, ସାମ୍ବାଦିକତାରୁ ଖୁସି ରହିବେ । ମିତ୍ର ଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ ।
କନ୍ୟା : ଅଭାବ ଦୂର ହେବ ।ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ବଢିଯାଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କେବଳ ସାମାନ୍ୟ ଚକ୍ଷୁପୀଡା ଅନୁଭବ କରିବେ ।
ତୁଳା : ସକାଳୁ ବନ୍ଧୁଙ୍କ ନିକଟରୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ । କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି ।
ବିଛା : କଳହ ଠାରୁ ଦୂରେଇ ରହିବାକୁ ପଡିବ । ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବାର ଆଶା ରହିଛି । ଉଦାର ପ୍ରକୃତିର ହେବେ । ଦାମ ଧର୍ମକୁ ଆପଣେଇ ନେବେ । ସୁଖ ଭୋଗୀ ହେବେ ।
ଧନୁ : କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖା ଦେବ । ଆସ୍ତିକ ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା କଫରେ ସାମାନ୍ୟ ପୀଡା ଅନୁଭବ କରିବେ ।
ମକର : ସ୍ୱାଧୀନ ଭାବେ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି । ସମ୍ପର୍କୀୟମାନେ ସମ୍ମୁଖରେ ଭଲ ଭଲ କଥା କହି ପରୋକ୍ଷ ଶତ୍ରୁତା କରିବା ଯୋଗୁଁ ବିଚଳିତ ବୋଧ କରିବେ ।ଧନଲାଭର ସୁଯୋଗ ଅଛି । ପରମ ଭାଗ୍ୟଶାଳୀ ହେବେ । ମିତ୍ର ସୁଖ ମିଳିବ ।
କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ଆଜି ଆକସ୍ମିକ ଭାବରେ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ । ବନ୍ଧୁ ଓ ସରକାରୀ ସହାୟତା ମିଳିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ ।
ମୀନ : ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟପାଲଟ ହୋଇଯାଇପାରେ । ନେତ୍ର ପୀଡା ଉପୁଜି ପାରେ । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ ।