ମେଷ : କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମ ଗୁଡିକ ଅଟକିବ ନାହିଁ ।ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡିବେ । ସାମାଜିକ ସ୍ତରରେ ସାହିତ୍ୟ,କଳା,ସଙ୍ଗିତ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ବୃଷ : ଦରକାରୀ କାଗଜପତ୍ର କୋଣସି ଅଲଗା ସ୍ଥାନରେ ରଖି ଠିକ୍ ସମୟରେ ପାଇପାରିବେ ନାହିଁ ।କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ । ପରିବାରରେ ଭୁଲ୍ ବୁଝାମଣାରୁ ମାନୋମାଳିନ୍ୟ ଘଟିପାରେ ।
ମିଥୁନ : ଆଲୋଚନା ପରିସରରେ ସତର୍କତାର ସହ କଥାବାର୍ତ୍ତା ନ କଲେ ଅପଦସ୍ଥ ହୋଇପାରନ୍ତି । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଦେଶ ଯାତ୍ରାକୁ ମନ ବଳାଇବେ । ପରୋକ୍ଷ ଶତ୍ରୁତା ପ୍ରତି ସଜାଗ ରହି କାମ କରିବା ଭଲ ହେବ । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
କର୍କଟ : କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ନିଜର ଭୁଲ୍ ବୁଝାମଣାଜନିତ ବିଶୃଙ୍ଖଳା ମାନସିକ ସ୍ଥିତିକୁ କଳୁଷିତ କରିବ । ମଉଜିଆ କଥା କହି ଅନ୍ୟକୁ ଆପଣାର କରିବେ, ଯାହାକି କାମ ହାସଲରେ ସାହାର୍ଯ୍ୟ କରିବ ।
ସିଂହ : ଅଧିକାଂଶ ସମୟ ଆର୍ଥିକ ଅନଟନ, ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ଈର୍ଷା ଓ ଅସୂୟା ମନୋଭାବ ଓ ପୋଷଣ କରି ନିଜ ଲୋକମାନେ ଶତ୍ରୁତା ଆଚରଣ କରିପାରନ୍ତି । ପୁନଶ୍ଚ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି ।
କନ୍ୟା : କୌଣସି ସ୍ପର୍ଶକତା କାଥାରେ ଚିହ୍ନା ପଡନ୍ତୁ ନାହିଁ । ଅଧିକାଂଶ ସମୟରେ ଅପୂରଣୀୟ ଆଶା ମନରେ ନିରାଶା ଭାବ ସୃଷ୍ଟି କରିବ । ଅବଶ୍ୟ କେତେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଯୋଗରୁ ଉତ୍ସାହିତ ହେବେ ।
ତୁଳା : ପୂର୍ବରୁ କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପରିବାରରେ ସାଧାରଣ କଥାରେ ପାଟିତୁଣ୍ଡ ହୋଇ କଚେରି ପର୍ଯ୍ୟନ୍ତ ଯାଇପାରନ୍ତି । ପାରିପାଶ୍ୱିର୍କ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଦିନ ଗୋଟାଏ ପରେ ଏକପ୍ରକାର ସାମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ ।
ବିଛା : ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ଆତ୍ମୀୟଙ୍କ ସହାୟତାରେ ବହୁ କଷ୍ଟ ସ୍ୱୀକାର କରି ଟଙ୍କା ଯୋଗାଡ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ନୀଚ ସଂସର୍ଗରୁ ଦୂରେଇ ରହିବ । ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି ।
ଧନୁ : ଆଜି ଦିନଟି ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇବ । ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡିପାରନ୍ତି । ସଭାସମିତି, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।
ମକର : ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରି ଉପକୃତ ହେବେ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ରହିଥିବା ବନ୍ଧୁଟି କ୍ରମଶଃ ଦୂରେଇ ଯିବ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ।
କୁମ୍ଭ : ଲକ୍ଷ୍ୟ ଭ୍ରଷ୍ଟ ହୋଇ ମରୀଚିକା ପଛରେ ଦୌଡି ପାରନ୍ତି । ସତର୍କତା ଅଭାବରୁ ଟଙ୍କା, ସୁନା, ଚୋରି ହୋଇଯାଇପାରେ । ଆତ୍ମୀୟମାନଙ୍କ ସହ ଯୋଗରେ ସହଜ ଓ ସୁବିଧାରେ ଆଜିର କାମଗୁଡିକ ସମ୍ପନ୍ନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ସୁବିଧା ହେବ ନାହିଁ ।
ମୀନ : ଈର୍ଷାପରାୟଣ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।କୌଣସି ବନ୍ଧୁଙ୍କ ମିଥ୍ୟା ପ୍ରତିଶ୍ରୁତିରେ ସବୁ ଦୁଃଖ ଭୁକିଯିବେ, ଯାହାକି ପରିକ୍ଷଣରେ ପାରିବାରିକ ଜୀବନରେ ପ୍ରତିକୂଳ ପ୍ରଭାବ ପକାଇବ । ନିର୍ମାଣ ଓ ପରିବହନରେ ସଫଳତା ହାସଲ କରିବେ ଓ ଜମା ଧନ ବୃଦ୍ଧି ପାଇବ ।