ଆଜିର ରାଶିଫଳ (ରବିବାର)

ତା : 18.12.2022

ମେଷ : ଆଜି ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇ ଯିବ। ଅସାବଧାନତାକାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

ବୃଷ : ଅଫିସ୍ କାମରେ ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହ- ଯୋଗ ପାଇବେନି । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ ।

ମିଥୁନ : ସ୍ୱାର୍ଥସାଧନାର ଲାଳସା ରଖି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ବ୍ୟବସାୟ ଓ ବାଣୀଜ୍ୟରୁ ଲାଭବାନ୍ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଖୁସି ଅନୁଭବ କରିବେ। ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି।

କର୍କଟ : ସ୍ୱାର୍ଥସାଧନାର ଲାଳସା ରଖି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ ।

ସିଂହ : ଜମିଜମା ରେଜିଷ୍ଟ୍ରେଶନ୍ କିମ୍ବାନୂତନ ଚୁକ୍ତିପତ୍ର ସ୍ୱାକ୍ଷର ଅଥବା ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁକୌଣସି ଉପାୟ ପାଇବେ ନାହିଁ। ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତକରିପାରନ୍ତି। ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ।

କନ୍ୟା : ଆଜି କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ବିଭିନ୍ନପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ।

ତୁଳା : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଆନୁଷ୍ଠାନିକ କାମରେ ସହ-ଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି। ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ।

ବିଛା : ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। କ୍ରନିକ ରୋଗଜନିତ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି। ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ।

ଧନୁ : ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହୋଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ଆଶଙ୍କା ରହିଛି। ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ।

ମକର : ଆଜି ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍ ହେବନି । ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡିପାରେ । ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି।

କୁମ୍ଭ : ବହୁତ ଦୂରରୁ ଆସୁଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ। ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ। ପାରିବାରିକ ଜୀବନ ସୁଖ, ସନ୍ତୋଷ ରେ ଅତିବାହିତ ହେବ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ମୀନ : ଘର ପାଇଁ ଅଳଙ୍କାର, ଔଷଧ ପତ୍ର ଓସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁଙ୍କ ପ୍ରେରଣା ରେ ସତ୍ ସଙ୍ଗ ସ୍ଥିତି କିମ୍ବା ଆଧ୍ୟାତ୍ମିକଭାବଧାରାରେ ଉଦ୍ ବୁଦ୍ଧ ହୋଇପାରନ୍ତି । ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହରପ୍ରଚେଷ୍ଟା ଫଳବତୀ ହେବ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ ।