ମେଷ : ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ ହେବେ। ବିଭିନ୍ନ ସ୍ତରରୁ ଅର୍ଥ ମିଳିବ। ଦାମ୍ପତ୍ୟ ସୁଖ ମିଳିବ।
ବୃଷ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ପ୍ରଭାବ ନିଷ୍ପ୍ରଭ ହୋଇପାରେ। ଧନ-ଧାନ୍ୟ ହାନିର ସୂଚନା ମିଳୁଛି। ସତର୍କରେ ଚଳିବାକୁ ପଡ଼ିବ।
ମିଥୁନ : ବନ୍ଧୁମିଳନ ଘଟିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇବା ସହ ମନରେ ଉପୁଜିଥିବା ଅହଂଭାବକୁ ସମର୍ପି ଦେଇପାରନ୍ତି। ଧୈର୍ଯ୍ୟବାନ ହେବେ। ପତ୍ନୀ ପଥ ପ୍ରଦର୍ଶକ ହେବେ।
କର୍କଟ : ଆର୍ଥିକ ସ୍ଥିତିକୁ ଉପଲବ୍ଧ କରି ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ପଡ଼ିବ। ଭ୍ରାତୃଭାବ ଅତୁଟ ରହିବ। ଶରୀର ସୁସ୍ଥ ରହିବ। ଆୟୁଷ୍ମାନ ହେବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।
ସିଂହ : କର୍ମଚଞ୍ଚଳ ରହିବେ। କନ୍ୟାସନ୍ତାନ ପାଇଁ ଗର୍ବିତ ହେବେ। ହଠାତ୍ କିଛି ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା : ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି। ଯାନବାହନ ସୁଖ ମିଳିବ। ସୁଖୀ ହେବେ।
ତୁଳା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କ ସହାୟତା ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ଧନୁ : ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ମିଷ୍ଟାନ୍ନ ଭୋଜନ ମିଳିବ।
ମକର : ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନାରେ ସୁଫଳ ମିଳିବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
କୁମ୍ଭ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିପାରେ। କରିତ୍କର୍ମା ହେବେ।
ମୀନ : ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଶୁଭଦାୟକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହଶ୍ରଦ୍ଧା ରହିବ।
