ମେଷ : ମାଲିମାକୋଦ୍ଦମା ରେ ଆଜି ଆପଣ ଜୟଯୁକ୍ତ ହେବେ। ଦିନଟି ଉତ୍ତମ ଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ। ବ୍ୟବସାୟରେ ଅନେକ ଲାଭର ସୂଚନା ମିଳୁଛି। ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ।
ବୃଷ : ବ୍ୟବସାୟ ଲାଭ ଜନକ ହେବ। ପରିବାର ର ସଂପୂର୍ଣ୍ଣ ସହଯୋଗ ପାଇବେ। ଆଜି ଆପଣଙ୍କର ଦୂର ଯାତ୍ରା କରିବାର ଯୋଗ ରହିଛି। କର୍ମକ୍ଷେତ୍ରରେ ଅଟକି ଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ହେବେ।
ମିଥୁନ : ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। କିଛି ନୂଆ କାର୍ଯ୍ୟ ର ଆରମ୍ଭ ଆପଣ ଆଜି କରିପାରନ୍ତି। ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇ ପାରେ। ବ୍ୟବସାୟ ରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ।
କର୍କଟ : କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେବ। ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି। ପତିପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖା ଦେବ। ପୈତୃକ ସମ୍ପତିକୁ ନେଇ ସମସ୍ୟା ଦେଖା ଦେଇ ପାରେ।
ସିଂହ : ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ। ରାଜନୀତି ରେ ଅଜି ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ। ଛାତ୍ରଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟକରନ୍ତୁ।
କନ୍ୟା : ଆଜି ଅଧାରୁ ଅଟକିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ ହେବ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ।
ତୁଳା : ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚ ପରିମାଣ ଅଧିକ ରହିଛି। ଭୂମି,ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ। ଅଟକି ଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି।
ବିଛା : ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ଯୋଜନା ମନକୁ ଆସିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ବିଶେଷ ଭାବେ ଭ୍ରମଣର ଯୋଗ ରହିଛି। ପରିବାର ସହ ସମୟ ଅତିବାହିତ କରିବେ। ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି।
ଧନୁ : ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ। ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି। ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ।
ମକର : କର୍ମ କ୍ଷେତ୍ର ରେ ନିଜକୁ ସଞ୍ଜତ କରି ରଖିବାକୁ ଚେଷ୍ଟା କରନ୍ତୁ। ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ଘଟିବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ।
କୁମ୍ଭ : ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ। ମନୋବଳ ଦୃଢ଼ ରହିବ। ବନ୍ଧୁ ମାନଙ୍କ ସହ ସମୟ ଅତିବାହିତ କରିବେ। ଜୀବନ ସାଥିଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟ କୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ।
ମୀନ : ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି। ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ। ବ୍ୟବସାୟରେ ଲାଭ ଯୋଗ ରହିଛି। ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗି ହୋଇ ପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
