ଆଜିର ରାଶିଫଳ (ଶୁକ୍ରବାର)

ତା : ୦୪/୦୪/୨୦୨୫

0

ମେଷ : କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ମହିଳାମାନେ ପାରିବାରିକ ଚିନ୍ତାରେ ବୁଡ଼ିରହିବେ ।

ବୃଷ : କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ । ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ ।

ମିଥୁନ : କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ । ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ ।

କର୍କଟ : ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ । ସନ୍ତାନହେତୁକ ପୀଡ଼ା ଅନୁଭବ କରିପାରନ୍ତି । ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ାରେ ପ୍ରଶଂସାର ପାତ୍ର ହେବେ । ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ ।

ସିଂହ : ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଅନ୍ୟମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ । ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ ।

କନ୍ୟା : ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ । ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।

ତୁଳା : ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି । ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ । ପିଲାମାନଙ୍କର କୃତି ଓ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ । ମହିଳାମାନଙ୍କ ପାଇଁ ଦିନଟି ଆମୋଦପ୍ରଦ ହେବ ।

ବିଛା : ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ପିଲାଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ହୋଇପାରନ୍ତି ।

ଧନୁ : ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହେବ । ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି । କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି । ମହିଳାମାନେ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ ।

ମକର : ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ । ଆବଶ୍ୟକତାଠୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ ।

କୁମ୍ଭ : ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଅପବାଦର ଶରବ୍ୟ ହେବେ । ସ୍ୱାସ୍ଥ୍ୟ ଭଲ ରହିବ ।

ମୀନ : ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ । ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ । କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ ।

Leave A Reply

Your email address will not be published.