ମେଷ: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାହାଯ୍ୟ ମିଳିବ।
ବୃଷ: ଐଶ୍ବର୍ୟ୍ୟଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ ଧନଲାଭ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି।
ମିଥୁନ: କର୍ମଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି। ସ୍ନେହମୟ ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଧର୍ମ କାର୍ୟ୍ୟରେ ଧନବ୍ୟୟ କରିବେ।
କର୍କଟ: ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ତନ୍ତ୍ର ମନ୍ତ୍ରାଦି ତଥା ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
ସିଂହ: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ମାନ ସମ୍ମାନର ଅଧିକାରୀ ହେବେ।ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ସଦିଚ୍ଛା ରହିବ।
କନ୍ୟା: ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ସତ୍ସଙ୍ଗୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶିଳ୍ପଦ୍ୟୋଗୀ ହେବା ଆଶାକରାଯାଏ। ସୁଖୀ ହେବେ।
ତୁଳା: ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅର୍ଥାଭାବ ଦେଖା ଦେଇପାରେ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନ କରିବା ଭଲ।
ବିଛା: ଶାନ୍ତ ଓ ଧୈର୍ୟ୍ୟବାନ୍ ହୋଇପାରନ୍ତି। ନିଜ ସ୍ବକର୍ମ ପାଇଁ ମନରେ ଗର୍ବଭାବ ଉଦୟ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ପତ୍ନୀଙ୍କ ପରାମର୍ଶରେ କାର୍ୟ୍ୟ କଲେ ସଫଳ ହେବେ।
ଧନୁ: ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିପାରନ୍ତି। ଶୁଭାଶୁଭ ମିଶ୍ରିତ ଫଳ ମିଳିବ।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆଲୋଚନା ମାଧ୍ୟମରେ କାର୍ୟ୍ୟ କଲେ କୃତକାର୍ୟ୍ୟ ହେବେ।ଲଟେରି ଉଠାଣ ଫଳ ଆପଣଙ୍କ ପକ୍ଷରେ ଯାଇପାରେ।
କୁମ୍ଭ: ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି।କୃଷିକ୍ଷେତରୁ ଭଲ ଆୟ ହେବ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।
ମୀନ: ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମୟିକ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମେଳାପୀ ପ୍ରକୃତିର ହେବେ। ଧାର୍ମିକ ବନ୍ଧୁପ୍ରେମୀ, ବିଦ୍ବାନ୍ ହୋଇପାରନ୍ତି।