ଆଜିର ରାଶିଫଳ (ଶୁକ୍ରବାର)

ତା : ୧୬/୦୪/୨୦୨୧

ମେଷ : ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରର ସାନ୍ନିଧ୍ୟ ଲାଭ କରି ବିଶେଷ ଉପକୃତ ହେବେ।

ବୃଷ : ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ କରିପାରନ୍ତି। ସୁଖ ସମ୍ମାନ ଲାଭ କରିପାରନ୍ତି। ସୈନିକମାନେ ରଣକ୍ଷେତ୍ରରେ ଅସୀମ ବଳ, ବିକ୍ରମ ପ୍ରଦର୍ଶନ କରିପାରନ୍ତି। ସମ୍ପଦ ଭରପୂର ରହିବ।

ମିଥୁନ : କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ସାମୟିକ ଭାବେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ମଧୁର କଥାରେ ପରକୁ ଆପଣାର କରିବେ।

କର୍କଟ : ଯଶସ୍ୱୀ ହେବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହିତ ସମ୍ମାନ ପ୍ରାପ୍ତ ହେବେ। ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ।

ସିଂହ : ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ଶୃଙ୍ଗାର କିମ୍ବା ଔଷଧ ବ୍ୟବସାୟ ଲାଭଜନକ ହେବ।

କନ୍ୟା : ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍ ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି।ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି।  ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହୋଇପାରନ୍ତି।

ତୁଳା : ବିବେକର ଅନୁମୋଦନ ନ ଥାଇ ମଧ୍ୟ ଈର୍ଷା ପରାୟଣ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ବିଛା : ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ବିଶେଷ ଉପକୃତ ହେବେ।

ଧନୁ : ଅଯଥା ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶାରୀରିକ ଶକ୍ତି ବୃଦ୍ଧିର ସୂଚନା ମିଳୁଛି। ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତି।

ମକର : ଆକସ୍ମିକ ଧନଲାଭର ସୂଚନା ମିଳୁଛି। କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ସହାୟିକା ହୋଇପାରନ୍ତି। ତନ୍ତ୍ରମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

କୁମ୍ଭ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭପ୍ରାପ୍ତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।

ମୀନ : ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।

Comments are closed.