ଭୁବନେଶ୍ୱର, ୨୩/୦୪ : ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ଆଜି ଠାରୁ ସ୍କୁଲ ପିଲାଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ । ସେହିପରି ଗ୍ରୀଷ୍ମପ୍ରବାହ ପାଇଁ ଅପ୍ରେଲ ୨୩ ରୁ କଲେଜ ଗୁଡିକ ୫ ଦିନ ପାଇଁ ବନ୍ଦ ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ବୋଲି କୁହାଯାଇଛି ।