ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ପତ୍ନୀ ଆଣିଲେ ନିର୍ଯାତନା ଅଭିଯୋଗ

କଟକ,୧୮/୧: ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ତାଙ୍କ ପତ୍ନୀ ନିର୍ଯାତନା ଅଭିଯୋଗ ଆଣିଛନ୍ତି ।ହ୍ୟୁମାନ ସାଗର କଟକ ସେକ୍ଟର ୬ରେ ରହୁଛନ୍ତି । ଗତ କିଛି ମାସ ହେବ ସେ ପତ୍ନୀଙ୍କୁ ଅବହେଳା କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି । ପାରିବାରିକ ଅଶାନ୍ତି ଯୋଗୁ ପତ୍ନୀ କିଛି ମାସ ହେବ ବାଲେଶ୍ୱରରେ ଥିବା ବାପଘରକୁ ଚାଲିଯାଇଛନ୍ତି । ଗତକାଲି ଡିସିପିଙ୍କ ଅଫିସକୁ ଯାଇ ଏନେଇ ଅଭିଯୋଗ କରିଛନ୍ତି । ଡିସିପି ଏହି ଘଟଣାର ତଦନ୍ତ ପାଇଁ ମହିଳା ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି ।