ଭୁବନେଶ୍ୱର,୧୭/୫: ଓଲିଉଡ଼ ଜଗତ ପାଇଁ ଆଉ ଏକ ଦୁଃଖଦ ଘଟଣା । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ୬୩ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅମରେନ୍ଦ୍ରଙ୍କ ମୃତ୍ୟୁ ହୋଇଯାଇଛି ।
ଓଡିଆ ଚଳଚ୍ଚିତ୍ର ଜଗତରେ ବହୁ ଜଣାଶୁଣା ନାଁଟି ହେଉଛି ଅମରେନ୍ଦ୍ର ମହାନ୍ତି । ବହୁ ଭଜନ ଓ ହିଟ୍ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର । ତାଙ୍କର ଅକଳା ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ହେଲା । ସେ କିଛି ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିଲେ । ତେବେ ହଠାତ୍ ଏବେ ତାଙ୍କର ପରଲୋକ ହୋଇଯାଇଛି ।