୨୬ ରେ ଭଦ୍ରକ ଆସିବେ ଅମିତ ଶାହ

ଭୁବନେଶ୍ବର,୬/୩ : ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ । ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ। ଏହି ଅବସରରେ ସେ ବିଜେପିର ତୃଣମୂଳ ସ୍ତରର ନେତା ଓ କର୍ମୀଙ୍କ ସହ ଆଲୋଚନା ବି କରିବେ। ଏହାଛଡ଼ା କେନ୍ଦ୍ର ଗୃହମନ୍ତ୍ରୀ ଭଦ୍ରକର କେତେକ ଐତିହାସିକ ସ୍ଥଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛ। ଅମିତ ଶାହଙ୍କର ଢେଙ୍କାନାଳ ଓ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରବାସ କାର୍ଯ୍ୟକ୍ରମ ରହିଛି। ତେବେ ସେ ଆଗେ ଭଦ୍ରକ ଆସିବେ।

୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଥିବା ବେଳେ ଉଭୟ ଶାସକ ଓ ବିରୋଧୀ ପରସ୍ପରକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରୁଛନ୍ତି । ଆଉ ଏସବୁ ଭିତରେ ବିଜେପିର ଚାଣକ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ୱ ବହନ କରୁଛି। ଯେହେତୁ ପଶ୍ଚିମ ଓଡ଼ିଶାରେ ବିଜେପିର ସଙ୍ଗଠନ ସୁଦୃଢ଼ ଅଛି, ତେଣୁ ଚଳିତ ଗସ୍ତରେ ଉପକୂଳ ଓଡ଼ିଶା ଉପରେ ଫୋକସ କରିଛନ୍ତି ଶାହା । ଯେଉଁଥିପାଇଁ ଲୋକସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଭଦ୍ରକ ନିର୍ବାଚନମଣ୍ଡଳୀକୁ ବାଛିଥିବା କୁହାଯାଉଛି ।

SBI AD