ମୁମ୍ବଇ,୨୮ /୨: ବଲିଉଡ଼ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ପୁଣି ଥରେ ସ୍ବାସ୍ଥ୍ୟାବସ୍ଥାରେ ଅବନତି ହେବାରୁ ତାଙ୍କର ଅସ୍ତ୍ରୋପଚାର ହୋଇପାରେ । ୭୮ ବର୍ଷିୟ ଅଭିନେତା ବଚ୍ଚନ ତାଙ୍କ ବ୍ଲଗ୍ରେ ପ୍ରଶଂସକମାନଙ୍କୁ ଜଣାଇଛନ୍ତି ଯେ, ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିବାରୁ ତାଙ୍କର ଅସ୍ତ୍ରୋପଚାର କରାଯିବ। ଏନେଇ ବିଗ୍ ବି ନିଜେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି।
ସେ ଏକ ଟ୍ୱିଟ୍ ମଧ୍ୟ କରିଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, “କିଛି ଆବଶ୍ୟକତା ଠାରୁ ଅଧିକ ବଢିଯାଇଛି, ଯାହା କାଟିଲେ ହିଁ ଠିକ ହେବ”।