ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଅନୁଷ୍ଠିତ

0

ଭୁବନେଶ୍ୱର : ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଅନୁଷ୍ଠିତ ହୋଇଯାଇଛି । ପାରମ୍ପରିକ ରୀତିରେ ବେଦମବ ପାଠ ପରେ ଡିଏଭି ଗାନ କରାଯାଇଥିଲା । ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ବିଶାଲକୁମାର ଦେବ ଯୋଗଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ । ଡିଏଭି ବିଦ୍ୟାଳୟ ସମୂହର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ. ସି.ଶତପଥୀ ମାତାପିତା, ଶିକ୍ଷକ ତଥା ଗୁରୁଜନମାନଙ୍କୁ ଯଥୋଚିତ ସ୧ାନ ପ୍ରଦର୍ଶନ କଲେ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିପାରିବେ ବୋଲି କହିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ ।

ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗନୃତ୍ୟ, ମାଜେଷ୍ଟିକ୍ ହିମାଳୟ, ରାଜସ୍ଥାନୀ ଲୋକନୃତ୍ୟ, କ୍ରିସ୍‌ମାସ୍ କ୍ରେଜ୍‌, ଡ୍ୟାନସ୍ ଡ୍ରାମା ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥଲେ ।

SBI AD
Leave A Reply

Your email address will not be published.