ରାଜ୍ୟରେ ଆଜି ପୁଣି ୧୦ ଜୀବନ ନେଲା ମହାମାରୀ କରୋନା, ୩୫୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୭/୮ : ରାଜ୍ୟରୁ ଆଜି ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪ଜଣ ରହିଥିବାବେଳେ ଗଞ୍ଜାମ, ବରଗଡ, କଟକ, ପୁରୀ, ରାୟଗଡା ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।