ରାଜ୍ୟରେ ଆଜି ଆଉ ୧୦ ଜୀବନ ନେଲା ମହାମାରୀ କରୋନା, ୪୯୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୩୧/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।