ଭୁବନେଶ୍ୱର, ୨୪/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୫ ଜଣ, ସୁନ୍ଦରଗଡ ଜିଲାରୁ ୨ ଜଣ ଏବଂ କଟକ, ନୟାଗଡ ଓ ରାୟଗଡା ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।