ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା, ୫୮୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୯/୯ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବାବେଳେ କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଭୁବନେଶ୍ୱରରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।