ରାଜ୍ୟରେ ଆଜି ଆଉ ୧୧ ଜୀବନ ନେଲା ମହାମାରୀ କରୋନା, ୫୧୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨/୯ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୧ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ, ଖୋର୍ଦ୍ଧା ଜିଲାରୁ ୨ ଜଣ ଏବଂ ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।