ରାଜ୍ୟରେ ଆଜି ଆଉ ୧୨ ଜୀବନ ନେଲା ମହାମାରୀ କରୋନା, ୪୮୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୩୦/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଏବଂ ଖୋର୍ଦ୍ଧା, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।