ରାଜ୍ୟରୁ ସୁସ୍ଥ ହେଲେ ୧୨୬୪ ଜଣ କରୋନା ଆକ୍ରାନ୍ତ, ୨ ଲକ୍ଷ ୯୩ ହଜାର ୭୪୧ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୧୨/୧୧ : ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୬୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୨ ଲକ୍ଷ ୯୩ ହଜାର ୭୪୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।