ରାଜ୍ୟରେ ଆଜି ୧୩ ଜୀବନ ନେଲା ମହାମାରୀ କରୋନା, ୪୪୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣଙ୍କ ମଧ୍ୟରେ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।