ରାଜ୍ୟରେ ଆଜି ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ, ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୧ ହଜାର ୭୭୭କୁ ବୃଦ୍ଧି

ଭୁବନେଶ୍ୱର, ୧୮/୧୧ : ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ନିୟନ୍ତ୍ରଣରେ ଆସୁଥିବା ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୦୩ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୧ ହଜାର ୭୭୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୦୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।