ଭୁବନେଶ୍ୱର, ୨୬/୧୦ : ରାଜ୍ୟରେ ସଂକ୍ରାମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବାର ନାଁ ଧରୁନାହିଁ । ଏ ଭିତରେ ରାଜ୍ୟରୁ ଆଜି ଆଉ ୧୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୪ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁ ବରଣ କରିଥିବା ୧୪ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।