ରାଜ୍ୟରୁ ସୁସ୍ଥ ହେଲେ ୧୪୬୦ ଜଣ କରୋନା ଆକ୍ରାନ୍ତ, ୨ ଲକ୍ଷ ୮୩ ହଜାର ୫୩୩ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୫/୧୧ : ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ତୂଳନାରେ ଆରୋଗ୍ୟଙ୍କ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୮୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୬୦ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୨ ଲକ୍ଷ ୮୩ ହଜାର ୫୩୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି।