ରାଜ୍ୟରେ ଆଜି ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି

ଭୁବନେଶ୍ୱର, ୮/୧୧ : ରାଜ୍ୟରେ ସଂକ୍ରାମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବାର ନାଁ ଧରୁନାହିଁ । ଏ ଭିତରେ ରାଜ୍ୟରୁ ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।