ଭୁବନେଶ୍ୱର, ୧/୧୦ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୭ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁ ବରଣ କରିଥିବା ୧୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାର ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୩ ଜଣ ରହିଛନ୍ତି। ପୁରୀ ଓ ନୟାଗଡ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଜହତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।