ଭୁବନେଶ୍ୱର, ୧୯/୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୦ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩ ଲକ୍ଷ ୩୦ ହଜାର ୦୫୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।