ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା, ୫୩୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୫/୯ : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରୁ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୭ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, ବଲାଙ୍ଗୀର, କଟକ, ଗଞ୍ଜାମ, ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।