ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି , ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୭/୦୯ : କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣମିଆଁମାର ଉପକୂଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୯.୪ କିମି ଉଚ୍ଚତା ଯାଏଁ ବ୍ୟାପିଛି l ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଏବଂ ମିଆଁମାରର ସଂଲଗ୍ନ ଇରାୱାଡି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହା ପରେ ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି ଲ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଯାହାଫଳରେ ଆଗାମୀ ଦିନରେ ପାଣିପାଗରେ ପରିବର୍ତ୍ତନ ଏବଂ ବର୍ଷାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।