ଦାନା ବାନ୍ଧିଲାଣି ଆଉଏକ ଲଘୁଚାପ : ଆସନ୍ତା ୧୦ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର, ୦୫/୧୦ : ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୧୦ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ସହ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ । ରାଜ୍ୟର ୨୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

SBI_Festive_Digital Billboard